ଦୋକାନରେ ଓଡିଆ ନାମଫଳକ ନଲାଗାଇଲେ ଚାଲିଯିବ ଲାଇସେନ୍

0

 

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଏଣିକି ବାଧ୍ୟତାମୂଳକ ହେବ ଓଡିଆରେ ନାମ ଫଳକ ଲେଖିବା । ରାଜ୍ୟରେ ଚଳିତ ମାସରୁ ଓଡିଆରେ ବାଧ୍ୟତାମୂଳକ ହେବ ଓଡିଆରେ ନାମଫଳକ । ସବୁ ଦୋକାନ, ବ୍ୟାବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡିଆରେ ଲେଖାଯିବ । ଏହି ନିୟମ ଅନୁପାଳନ ନକଲେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ବ୍ୟବସାୟୀକ ପ୍ରତିଷ୍ଠାନର ଲାଇସେନ୍ସ ରଦ୍ଦ କରାଯିବ । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଚଳିତ ମାସ ସୁଦ୍ଧା ନିୟମ ପାଳନ ନହେଲେ କାର୍ୟ୍ୟାନୁଷ୍ଠାନ ନିଆଯିବ । ଏନେଇ ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୁଚନା ଦିଆଯାଇଛି । ନିୟମ କିପରି କଡାକଡି ପାଳନ କରାଯିବ ସେନେଇ ଜିଲ୍ଲା ଶ୍ରମ ଅଧିକାରୀ, ପୌରାଞ୍ଚଳ କାର୍ୟ୍ୟନିର୍ବାହୀ ଅଧିକାରୀ ତଦାରଖ କରିବେ ।

ପ୍ରଥମ ଥର ଖିଲାପକାରୀ ୫ ହଜାର ଟଙ୍କା ଲେଖାଏ ଜରିମାନା ଦେବେ । ଦ୍ୱିତୀୟ ଥର ଖିଲାପକାରୀଙ୍କ ୨୫ ହଜାର ଲେଖାଏଁ ଜରିମାନା ଦେବାକୁ ପଡିବ । ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶ୍ରମ ଅଧିକାରୀ, ପୌରାଞ୍ଚଳ କାର୍ୟ୍ୟନିର୍ବାହୀ ଅଧିକାରୀ ଓ ବଜାର ଦୋକାନ ଓ ବାଣିଜ୍ୟ ସଂଘ ସହିତ ପ୍ରତି ମାସରେ ବୈଠକ ଅନୁଷ୍ଠିତ ହେବ ।

ଗତକାଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଅଧ୍ୟକ୍ଷତାରେ ଆୟୁକ୍ତ ତଥା ସଚିବ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ, ଶ୍ରମ ଆୟୁକ୍ତ ଏବଂ ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା । ଏହି ବୈଠକରେ ପରିବର୍ତ୍ତିିତ ଅଧିନିୟମର କଡାକଡି ଅନୁପାଳନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

Leave A Reply

Your email address will not be published.