ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ନୂଆ ବର୍ଷ ଭେଟି ଦେଇଛନ୍ତି । ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକ ନିୟମିତ ହୋଇଛନ୍ତି । ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ଶିକ୍ଷକ ନିୟମିତ ହୋଇଛନ୍ତି । ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ । ଏହାଦ୍ବାରା ଉପକୃତ ହେବେ ୧୮ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନିୟମିତ କରିବାକୁ ବହୁ ଦିନରୁ ଶିକ୍ଷକମାନେ ଦାବି କରୁଥିଲେ ।
ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରୁ ଫେରି ସମସ୍ୟା ସମ୍ପର୍କରେ ଆଲୋଚନା କରି ନିୟମିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଦାବି ପୂରଣ ହୋଇଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଶିକ୍ଷକ ।
ସୂଚନାଥାଉକି, ଲୋୟର ପିଏମଜିରେ ଚୁକ୍ତିଭିତ୍ତିକ ଶିକ୍ଷକମାନେ ଧାରଣାରେ ବସିଥଲେ। ଠିକା ନିଯୁକ୍ତି ଉଚ୍ଛେଦ ନେଇ ଗତବର୍ଷ ଅକ୍ଟୋବର ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହାରି ଭିତରେ ବିଭିନ୍ନ ବିଭାଗ ଏହାକୁ କାର୍ୟ୍ୟକାରୀ କରିଥିବା ବେଳେ ଗଣଶିକ୍ଷା ବିଭାଗ କାର୍ୟ୍ୟକାରୀ କରିନଥିଲେ , ଯାହାର ପ୍ରତିବାଦରେ ପୁଣି ରାଜରାସ୍ତାକୁ ଓହ୍ଲାଇଥିଲେ ସଂଘ।
ସଂଘର ଦାବି ଥିଲା , ନିକଟରେ ମୁଖ୍ୟମନ୍ତ୍ରୀ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ନେଇ ଘୋଷଣା କରିଥିଲେ। ଏହାପରେ ସାଧାରଣ ଓ ପ୍ରଶାସନିକ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା। ଯେଉଁଥିରେ ଚୁକ୍ତିଭିତ୍ତିକ ପଦବିକୁ ନିୟମିତ କରି ୬ଟି ଇନ୍କ୍ରିମେଣ୍ଟ ପ୍ରଦାନ କରିବା ପାଇଁ ଉଲ୍ଲେଖ ରହିଥିଲା। ମାତ୍ର ଏହି ଆଦେଶକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କାର୍ୟ୍ୟକାରୀ କରୁନଥିବା ନେଇ ସଂଘ ଅଭିଯୋଗ କରିଥିଲା । ଫଳରେ ୧୮ହଜାର ହାଇସ୍କୁଲ ନିୟମିତ ହେବାରୁ ବଞ୍ଚିତ ହୋଇଥିଲେ । ତେବେ ଆଜି ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପାଇଁ ଚୁକ୍ତିଭିତ୍ତିକ ଶିକ୍ଷକ ମାନେ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି ।