ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଆଜି ପବିତ୍ର ଅକ୍ଷୟ ତୃତୀୟା। ଏଥିପାଇଁ ଗାଁ’ଠୁ ସହର ଉତ୍ସବ ମୁଖର। ସବୁଠି ପବିତ୍ରତାର ବାସ୍ନା।ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଆଜିର ଏହି ପବିତ୍ର ମୁହୂର୍ତ୍ତର୍ରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ବିଶେଷକରି ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ବୋଲି କୁହାଯାଏ ।
ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ୟ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । କୃଷକମାନେ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାର ପାଳନ କରିଥାନ୍ତି ।ଚାଷୀମାନେ କ୍ଷେତରେ ମୁଠାମୁଠା ବିହନ ବୁଣିଥାନ୍ତି, ଯାହାକୁ ଅଖିମୁଠି କହିଥାନ୍ତି । ଆଉ ଆଜିଠାରୁ ଚାଷ କାମ ଆରମ୍ଭ ହୋଇଥାଏ । ସବୁ କାମର ଅନୁକୂଳ ପାଇଁ ଏହି ଦିନଟି ବେଶ୍ ଭଲ ଓ ଶୁଭ ହୋଇଥିବାରୁ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ଆଦି ଶୁଭକର୍ମ ଅନୁଷ୍ଠିତ ହୋଇଥାଏ ।ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ଅନୁକୂଳ ହେବ ।।