କଂଗ୍ରେସ ପାଳନ କଲା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ, ରାଜଭବନ ଛକ ସ୍ଥିତ ପ୍ରତିମୂର୍ତିରେ ମାଲ୍ୟାର୍ପଣ କଲେ ନେତୃବୃନ୍ଦ
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ରାଜଭବନ ଛକ ସ୍ଥିତ ମଧୁସୂଦନ ଦାସଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ପିସିସି ପକ୍ଷରୁ ନେତାଗଣ କଂଗ୍ରେସ ଭବନ ପରିସରରେ ମଧୁବାବୁଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ପ୍ରଦେଶ କଂଗ୍ରେସର ବରିଷ୍ଠ ଉପସଭାପତି ଶ୍ରୀ ଶିବାନନ୍ଦ ରାୟଙ୍କ ଆବାହକତ୍ୱରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା ।
ଏଥିରେ ପୂର୍ବତନ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସୁରେଶ କୁମାର ରାଉତରାୟ, ମନୋରଞ୍ଜନ ଦାଶ, ଡ. ଲଲାଟେନ୍ଦୁ ମହାପାତ୍ର, କିଶୋର ଜେନା, ଚିନ୍ମୟ ସୁନ୍ଦର ଦାସ, ଅମୀୟ ପଟ୍ଟନାୟକ, ପ୍ରକାଶ ଜେନା, ମିହିର ଆଚାର୍ଯ୍ୟ, ରଜନୀ ମହାନ୍ତି, ଆଲୋକ ମହାନ୍ତି, ଲିଙ୍ଗରାଜ ସାହୁ, ଜ୍ୟୋତିଷ ସାହୁ, ରାଜକିଶୋର ବାରିକ, ଜୟକୃଷ୍ଣ ସୁବୁଦ୍ଧି, ସଂଜୟ ମିଶ୍ର, ଦେବେନ୍ଦ୍ର ଦାସ, ମନୋରଞ୍ଜନ ରାଉତରାୟ, ଖଗେଶ୍ୱର ମଲ୍ଲିକ, ତାପସ ସେଠୀ, ଗୁଣମଣି ସା, ସାଗର ପରିଡ଼ା ପ୍ରମୁଖ ଅଂଶଗ୍ରହଣ କରିଥିଲେ ।