ସପ୍ତାହେ ବିଳମ୍ବରରେ କେରଳ ଛୁଇଁଲା ମୌସୁମୀ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଆଜି କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରାୟ ଏକ ସପ୍ତାହ ବିଳମ୍ବରେ କେରଳ ଛୁଇଁଛି ମୌସୁମୀ ବାୟୁ । ମୌସୁମୀ ବାୟୁ କେରଳ ଛୁଇଁବା ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ଆରବ ସାଗରରେ ସୃଷ୍ଟି ବାତ୍ୟାକୁ ନେଇ ମୌସୁମୀ ଆସିବାରେ ବିଳମ୍ବ ହେଉଥିବା କୁହାଯାଉଛି ।

ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ବିପର୍ୟ୍ୟୟ’ । ଏବେ ଏହା ଉତର ଦିଗରେ ନିଜର ଗତିପଥ ବଜାୟ ରଖିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅତ୍ୟନ୍ତ ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ପରେ ଏହା ଉତର ପଶ୍ଚିମ ଦିଗରେ ଗତି କରି ଓମାନ ଆଡକୁ ମୁହାଁଇପାରେ ବୋଲି କୁହାଯାଇଛି ।

Leave A Reply

Your email address will not be published.