ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ବାହାରେ ଟାଣ ଖରାକୁ ଭିତରେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଲାଣି। ନା ଦିନରେ ରହି ହେଉଛି ନା ରାତିରେ ଶୋଇ ହେଉଛି। ରାଜ୍ୟରେ ଆଉ ୫ଦିନ କଲବଲ କରିବ ଖରା ସାଙ୍ଗକୁ ଗୁଳୁଗୁଳି। ଆଗାମୀ ୫ ଦିନ ଯାଏଁ ପାଗର ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ରାଜ୍ୟରେ ୩ ରୁ ୪ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗୁଳୁଗୁଳି ଜାରି ରହିବ। କିଛି କିଛି ସ୍ଥାନରେ ତାପମାତ୍ରା ସ୍ଵାଭାଵିକଠାରୁ ୩ ରୁ ୫ ଡ଼ିଗ୍ରୀ ଯାଏଁ ଅଧିକ ରହିବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ ୯ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଦିଆଯାଇଛି।
ସେହି ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡା,ସମ୍ବଲପୁର, ବରଗଡ, ସୋନପୁର, ସୁନ୍ଦରଗଡ, ବଲାଙ୍ଗୀର, ବୌଦ୍ଧ, ମୟୁରଭଞ୍ଜ ଓ କେନ୍ଦୁଝର। ଏହି ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ସକାଳୁ ସକାଳୁ ମଧ୍ୟ ପ୍ରବଳ ଗୁଳୁଗୁଳି ଅନୁଭୂତି ହେଉଛି। ରାଜଧାନୀ ଭୁବନେଶ୍ୱରରରେ ସକାଳ ୫ଟା ୩୦ ସୁଦ୍ଧା ତାପମାତ୍ରା ୩୦.୨ ଡିଗ୍ରୀ ପାର କରିଛି।
ଗତକାଲି ୪୫ ଡିଗ୍ରୀ ଉପରେ ୨ଟି ସହରର ତାପମାତ୍ରା ରହିଥିଲା । ରାଜ୍ୟର ୨୨ଟି ସହରରେ ତାପମାତ୍ରା ୪୦ଡିଗ୍ରୀ ପାର ହୋଇଥିଲା । ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ୪୫.୬ ଡିଗ୍ରୀ ରେକର୍ଡ କରାଯାଇଥିଲା । ରାଜ୍ୟରେ ଦିନ ତାପମାତ୍ରାରେ ଆଗାମୀ ୫ ଦିନ ଯାଏଁ ବିଶେଷ ପରିବର୍ତନ ର ସମ୍ଭାବନା ନଥିବାବେଳେ ୩ ରୁ ୪ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗୁଳୁଗୁଳି ଜାରି ରହିବ । କିଛି କିଛି ସ୍ଥାନରେ ତାପମାତ୍ରା ସ୍ଵାଭାଵିକ ଠାରୁ ୩ ରୁ ୫ ଡ଼ିଗ୍ରୀ ଯାଏଁ ଅଧିକ ରହିବା ସମ୍ଭାବନା ରହିଛି ।