ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟ ତଥା ଦେଶର ଅନେକ ସ୍ଥାନରେ ଜାରି ରହିଛି। ଆଗାମୀ ୩୦ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ, ଜାମ୍ମୁ-କାଶ୍ମୀର, ମୁମ୍ବାଇ, ଆସାମ, ମେଘାଳୟ, ଓଡ଼ିଶା, ମଧ୍ୟପ୍ରଦେଶ ଆଦି ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ତେବେ ବର୍ଷା ସମୟରେ ପାଣିପାଗ ବିଭାଗ ପକ୍ଷରୁ କେତେକ ସ୍ଥାନରେ ୟୋଲୋ ଆଲର୍ଟ ଜାରି କରାଯାଇଛି ।

ଅନ୍ୟପଟେ ଆଜିଠୁ ରାଜ୍ୟରେ ବଦଳିପାରେ ପାଗ । ବର୍ଷା ପରିବର୍ତ୍ତେ ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଲଘୁଚାପ କ୍ଷେତ୍ର ଏବଂ ନିମ୍ନ ଚାପରେଖା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଥିଲା । ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଝାରସୁଗୁଡ଼ା ଓ ସୁନ୍ଦରଗଡ଼କୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ କାଲିଠୁ ବିଶେଷ ବର୍ଷା ନ ଥିବା ଆକଳନ କରିଛି ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.