ନବରଙ୍ଗପୁରର ଝରିଗାଁ ଉମରକୋଟ ରାସ୍ତା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ, ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଆଜି ଭୋର୍ ସମୟରେ ନବରଙ୍ଗପୁର ଜିଲ୍ଲା ଝରିଗାଁ ଉମରକୋଟ ରାସ୍ତାରେ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି

ଏହି ଦୁର୍ଘଟଣାରେ ଆହତ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି .

Leave A Reply

Your email address will not be published.