ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆଉ ଗୋଟିଏ ଦିନ ପରେ ମହାପ୍ରଭୁ ନବଦିନ ଯାତ୍ରା ସାରି ରତ୍ନସିଂହାସନକୁ ବାହୁଡ଼ିବେ । ଆଜି ସକାଳେ ତିନି ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳଆଳତି ବଢିବା ପରେ ଅନ୍ଯାନ୍ଯ ନୀତି ହୋଇଥିଲା।ମଧ୍ୟାହ୍ନ ଧୂପ ପରେ ତିନି ରଥରେ ଅଧର ହାଣ୍ଡି ଭଙ୍ଗାଯାଇଥିଲା ।ସମସ୍ତ ପାର୍ଶ୍ୱ ଦେବଦେବୀ ଓ ଅନ୍ଯାନ୍ଯ ଚଣ୍ଡୀ ଚାମୁଣ୍ଡା ମାନଙ୍କୁ ଶାନ୍ତି କରିବା ପାଇଁ ଅଧରପଣା କରାଯାଇ ଅଧର ହାଣ୍ଡିକୁ ରଥଉପରେ ଭଙ୍ଗାଯାଇଥିଲା।
ଆଜି ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମସ୍ତ ରୀତିନୀତି କରାଯାଇଥିଲା। ତିନି ରଥରେ ଠାକୁର ମାନଙ୍କୁ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କ ଭିଡ ସକାଳୁ ସକାଳୁ ଦେଖିବାକୁ ମିଳିଛି |ରଥ ଉପରେ ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ତିନି ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହୋଇଥିଲା।ପୂଜାପଣ୍ଡା ସାମନ୍ତ ପଞ୍ଚୋଚାର ଉପଚାରରେ ପୂଜା କରିଥିଲେ।ସ୍ୱତନ୍ତ୍ର ଭାବେ ଏହି ପଣାକୁ ଶ୍ରୀବିଗ୍ରହ ମାନଙ୍କର ଅଧର ପର୍ଯ୍ଯନ୍ତ ର୍ନିମିତ ତିନି ତିନଟି ତୁମ୍ଭାକାର ହାଣ୍ଡିରେ ପ୍ରସ୍ତୁତ ହୋଇଥିଲା ପାର୍ଶ୍ୱଦେବାଦେବୀ ମାନେ ବିଜେ କରି ନବଦିନ ଯାତ୍ରାରେ ମହାପ୍ରଭୁଙ୍କ ସହ ଯାଇଥିଲେ | ବିଶ୍ୱାସ ରହିଛି ଯଜ୍ଞ ପୂଜା ଦ୍ୱାରା ରଥଯାତ୍ରା ସମୟରେ ଶ୍ରୀଜିଉମାନଙ୍କ ସହିତ ବହୁ ଦେବାଦେବୀ ,ଚଣ୍ଡୀ,ଚାମୁଣ୍ଡା ମଧ୍ୟ ଯାତ୍ରା କରିଥାନ୍ତି | ତେବେ ସେମାନଙ୍କ ସନ୍ତୁଷ୍ଟି ପାଇଁ ସ୍ୱତନ୍ତ୍ର ଭାବେ ବଡଓଡ଼ିଆ ମଠ, ରାଘବଦାସ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଦତ୍ତ ଛେନା ,ଛାଚି , କ୍ଷୀର ,ସର,ଗୋଲମରିଚ ,କର୍ପୁର ,ଜାଇଫଳ,କଦଳୀ ଆଦିକୁ ମିଶ୍ରଣ କରାଯାଇ ପଣା ପ୍ରସ୍ତୁତ କରାଯିବା ସହ ଏହାକୁ ରଥ ଉପରେ ଭଙ୍ଗାଯାଇଛି।
ତୁମ୍ଭକାର ଆକାର ରେ ର୍ନିମିତ ମାଟିହାଣ୍ଡି ରେ ଏହି ଦୁର୍ଲଭ ପଣା ପ୍ରସ୍ତୁତ ହୋଇଥିଲା।ସିଂହଦ୍ୱାର ସମ୍ମୁଖ ଛାଉଣୀମଠର କୂଅରୁ ପାଣିଆ ଆପଟ ସେବକମାନେ ବାଘମୁଖା ପିନ୍ଧି ପଣା ପାଇଁ ପାଣି ଯୋଗାଇଥିଲେ | ପରେ ପତ୍ରିବଡୁ ,ସୁଆର ବଡ଼ୁ,ଗରାବଡୁ ସେବକ ତିନିରଥରେ ପଣା ପ୍ରସ୍ତୁତ କରିବା ସହ ପୂଜାପଣ୍ଡା ମାନେ ପଞ୍ଚ ଉପଚାର ରେ ପୂଜା କରି ରଥ ଉପରେ ଅଧର ହାଣ୍ଡିକୁ ଭାଙ୍ଗିା ପରେ ପାର୍ଶ ଦେବା ଦେବୀ, ଚଣ୍ଡୀ ଚା ମଣ୍ଡା, ଓ ଅଶରିରି ମାନେ ଏହି ପଣାକୁ ପାଇଁ ଆତ୍ମ ତୃପ୍ତି ଲାଭ କରିଛନ୍ତି। ଆସନ୍ତା କାଲି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ।ଏଥିସହ ମା ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ମହାପ୍ରଭୁ ରସଗୋଲା ଭୋଗ ଖୁଆଇବେ।ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା ଲକ୍ଷ୍ମୀଙ୍କ ମଧ୍ୟରେ ଯବନିକା ହେବ।