ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି । କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜର କଟ ଅଫ ଆଗରେ ରହିଛି । କଳାରେ ବାଲେଶ୍ୱରର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛନ୍ତି ।
ପୁରୀ ଏସସିଏସରେ ରସାୟନ ବିଜ୍ଞାନରେ ୯୪.୫୦ ପ୍ରତିଶତ, ଗଣିତରେ ୯୪ ପ୍ରତିଶତ, ଉଦ୍ଭିଦ ବିଜ୍ଞାନରେ ୯୫.୬୦ ପ୍ରତିଶତ, ଏମପିସି ବାରିପଦାରେ ଜୀବ ବିଜ୍ଞାନରେ ୯୪.୮୩ ପ୍ରତିଶତ କଟ-ଅଫ୍ ରହିଛି । ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ କଟ୍-ଅଫ୍ ୯୧.୮୩ ପ୍ରତିଶତ ରହିଛି । ସେହିପରି ବାଣିଜ୍ୟରେ ରେଭେନ୍ସା ବିଶ୍ୱବିଦ୍ୟାଳୟ(୮୬.୮୩ ପ୍ରତିଶତ), ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ(୮୫.୮୩ପ୍ରତିଶତ), ଜେକେବିକେ କଲେଜ(୮୧ ପ୍ରତିଶତ) କଟ ଅଫ ମାର୍କ ରହିଛି ।