ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷିବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ କରିଛି । ଆଜିରୁ ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା ଗଂଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ ମୟୁରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୨୬ତାରିଖରୁ ୨୭ତାରିଖ ସକାଳ ୮ଟା ୩୦ ଯାଏଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏବଂ ରାୟଗଡା, ଗଜପତି, ଗଂଜାମ, କନ୍ଧମାଳ, ବଲାଙ୍ଗୀର, ପୁରୀ ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।