ମିସାଇଲ ମ୍ୟାନଙ୍କ ଅଷ୍ଟମ ଶ୍ରାଦ୍ଧବାର୍ଷିକ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଆଜି ମିସାଇଲ ମ୍ୟାନ ତଥା ପୂର୍ବତନ ରାଷ୍ଟ୍ରପତି ଡ.ଏପିଜେ ଅବଦୁଲ କଲାମଙ୍କ ଅଷ୍ଟମ ଶ୍ରାଦ୍ଧବାର୍ଷିକୀ । ୨୦୧୫ ମସିହା ଜୁଲାଇ ୨୭ ତାରିଖରେ ମେଘାଳୟର ସିଲଂରେ ଆଇଆଇଏମ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଉଥିବା ସମୟରେ ହୃଦଘାତରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ଦେଶର ୧୧ତମ ରାଷ୍ଟ୍ରପତି ଅବଦୁଲ କଲାମ । ଆଉ ସେଦିନ ମିସାଇଲ ମ୍ୟାନଙ୍କ ଦେହାନ୍ତରେ ସ୍ତବ୍ଧ ହୋଇଯାଇଥିଲା ସାରା ଦେଶ । ନିଜର ଦକ୍ଷତା ବଳରେ ସେ ତାମିଲନାଡୁର ରାମେଶ୍ବରମରୁ ରାଷ୍ଟ୍ରପତି ଭବନ ପର୍ୟ୍ୟନ୍ତ ପହଞ୍ଚି ପାରିଥିଲେ ।

ବିଦ୍ୟାର୍ଥୀଙ୍କ ପ୍ରତି କଲାମଙ୍କ ମନରେ ଥିଲା ସ୍ବତନ୍ତ୍ର ସ୍ଥାନ । ଏଥିପାଇଁ ସଂଯୁକ୍ତ ରାଷ୍ଟ୍ର ତାଙ୍କ ଜନ୍ମ ଦିବସକୁ ବିଦ୍ୟାର୍ଥୀ ଦିବସ ରୂପେ ପାଳନ କରୁଛି । କଲାମଙ୍କୁ ଦେଶର ସମସ୍ତ ସର୍ବୋଚ୍ଚ ପୁରସ୍କାରରେ ସମ୍ମାନିତ କରାଯାଇଛି । ୧୯୮୧ରେ ପଦ୍ମ ଭୂଷଣ, ୧୯୯୦ରେ ପଦ୍ମ ବିଭୂଷଣ ଓ ୧୯୯୭ ରେ ଭାରତ ରତ୍ନରେ ସମ୍ମାନିତ ହୋଇଥିଲେ ଏହି ମହାନ୍ ଜନନାୟକ ।

Leave A Reply

Your email address will not be published.