ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଆଗାମୀ ଟି-୨୦ ବିଶ୍ୱକପ୍ ପାଇଁ ଘୋଷଣା ହେଲା କାର୍ଯ୍ୟସୂଚୀ । ଆଗାମୀ ଟି-୨୦ ବିଶ୍ୱକପ ୨୦୨୪ ପାଇଁ କାର୍ୟ୍ୟସୂଚୀ ସାମ୍ନାକୁ ଆସିଛି । ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳଯିବା ଟୁର୍ଣ୍ଣାମେଣ୍ଟ । ଆସନ୍ତ ଜୁନ ୪ ତାରିଖରୁ ୩୦ ତାରିଖରେ ମଧ୍ୟରେ ଟୁର୍ଣ୍ଣାମେଣ୍ଟ ଆୟୋଜନ କରଯିବ । ମୋଟ ୧୦ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ । ୨୭ ଦିନରେ ମୋଟ ୫୫ଟି ମ୍ୟାଚ ଖେଳାଯିବ । ଗତ ଟି-୨୦ ବିଶ୍ୱକପଠାରୁ ଆଗାମୀ ବିଶ୍ୱକପ ଟିକେ ଭିନ୍ନ ରହିବ ।
ଏଥିର ୧୬ ପରିବର୍ତ୍ତେ ୨୦ ଟି ଦଳ ଟୁର୍ଣ୍ଣାମେଣ୍ଟ ଖେଳିବେ । ୨୦ ଟିମକୁ ୫ ଲେଖାଏଁ ୪ ଟି ଗ୍ରୁପରେ ଭାଗ କରାଯିବ । ପ୍ରତ୍ୟେକ ଗ୍ରୁପର ଶ୍ରେଷ୍ଠ ଦୁଇଟି ଲେଖାଏଁ ଟିମ ସୁପର-୮ ମ୍ୟାଚ ଖେଳିବେ । ସେମାନଙ୍କ ମଧ୍ୟରୁ ଶ୍ରେଷ୍ଠ ୪ଟି ଟିମ୍ ସେମିଫାଇନାଲ ଖେଳିବେ । ଗତ ଟି-୨୦ ଟୁର୍ଣ୍ଣାମେଣ୍ଟରେ ପାକିସ୍ତାନକୁ ହରାଇ ଚାମ୍ପିଅନ ହୋଇଥିଲା ଇଂଲଣ୍ଡ ।