ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୬,୦ ବୋଲି ଜଣାପଡିଛି । ଚଳିତ ବର୍ଷର ଏହା ତୃତୀୟ ଥର ଭୂମିକମ୍ପ । ଜର୍ମାନ୍ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସେଜ୍ ଏହାର ସୂଚନା ଦେଇ କହିଛି ଯେ, ଶନିବାର ଆଣ୍ଡାମାନ୍ ଓ ନିକୋବର ଦ୍ୱୀପର ୧୦ କିଲୋମିଟର ଗଭୀରତାରେ ୬ ତୀବ୍ରତାପୂର୍ଣ୍ଣ ଭୂମିକମ୍ପ ସଙ୍ଗଠିତ ହୋଇଛି ।
ଏହାର କେନ୍ଦ୍ରସ୍ଥଳ ପୋର୍ଟବ୍ଲେୟାରଠାରୁ ୧୨୬ କିଲୋମିଟର ଦକ୍ଷିଣପୂର୍ବରେ ହୋଇଥିବା କୁହାଯାଇଛି । ତେବେ କ୍ଷୟକ୍ଷତିର ସୂଚନା ଏଯାଏଁ ମିଳିନାହିଁ ।