ବଙ୍ଗୋପସାଗରରେ ଲଘୁଚାପ, କାଲିଠୁ କୁଟିବ ବର୍ଷା

0

ଓଡିଆ ନ୍ୟୁଜ (ବ୍ୟୁରୋ) : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି୧୪ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୩୧ତାରିଖରୁ ଆହୁରି ବଢ଼ିବ ବର୍ଷାର ବିସ୍ତୃତି । ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ୩୧ତାରିଖରୁ ପ୍ରାୟ ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭଗ ଆକଳନ କରିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏନେଇ ସୂଚନା ଦିଆଯାଇଛି।

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୧୪ଟି ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଲା ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼।
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। କେତେ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁ ସ୍ଥିତି ବେହାଲ ହୋଇଯାଇଛି।

Leave A Reply

Your email address will not be published.