ଅନାସ୍ଥା ପ୍ରସ୍ତାବ ଆଲୋଚନା: ଆଜି ଗୃହରେ ବିବୃତ୍ତି ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ମୋଦୀ ସରକାରଙ୍କ ବିରୁଦ୍ଦରେ ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଗୃହ ହୁଲୁସ୍ତୁଲୁ ହେଉଛି । ଏହାରି ଉପରେ ଆଜି ଗୃହରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅନାସ୍ଥା ପ୍ରସ୍ତାବକୁ ନେଇ ସଂସଦରେ ଦୁଇ ଦିନ ହେବ ବିତର୍କ ଚାଲିଛି । ଆଜି ତୃତୀୟ ଦିନରେ ପ୍ରଧାନମନ୍ତ୍ରୀ ବିବୃତି ରଖିବେ ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ସ୍ପଷ୍ଟ କରିଛନ୍ତି । ତେଣୁ ଲୋକସଭାରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଣ କହିବେ ତା’ଉପରେ ସମସ୍ତଙ୍କ ନଜର ରହିଛି ।

ମଣିପୁରରେ ଦୁଇ ମହିଳାଙ୍କୁ ନିର୍ୟାତନା ଘଟଣାରେ ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ ସଂସଦରେ ଉତ୍ତର ରଖନ୍ତୁ ବୋଲି ବିରୋଧୀ ଦାବି କରିଥିଲେ । ହେଲେ ମୋଦୀ କେବଳ ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସଂସଦ ବାହାରେ ଘଟଣାକୁ ନିନ୍ଦା କରିବା ସହିତ ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ ।

Leave A Reply

Your email address will not be published.