- ରାଜ୍ୟରେ ବର୍ତ୍ତମାନ କରୋନ ସଂକ୍ରମଣ କମିବାରେ ଲାଗିଛି । ଏନେଇ ଜନସ୍ଵାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସଂକ୍ରମଣ ତଳ ଉପର ହେଉଛି। ଓମି ସିୟର କିଟରେ ହାରାହାରି ୩୧,୬୬୬ ଜଣଙ୍କର ସାମ୍ପୁଲ ଟେଷ୍ଟ କରାଯାଇଥିଲା। ସେଥିମଧ୍ୟରୁ ୧୭୨୯ ଜଣଙ୍କର ପଜିଟିଭ ଚିହ୍ନଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ୫୭୬ ଜଣ ଓମିକ୍ରନ ଆକ୍ରାନ୍ତ ହୋଇଥିବାବେଳେ ହାରାହାରି ୩୩ ପ୍ରତିଶତ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା କେତେ ତାହା ଅନୁଧ୍ୟାନ କରିବା ପରେ ଜଣାପଡ଼ିବ। ସେ ଆହୁରି ମଧ୍ୟ କହିଛନ୍ତି, ସ୍କୁଲ ଖୋଲିବା ନେଇ ସରକାର ତର୍ଜମା କରୁଛନ୍ତି। ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ। ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଦେଖିଲେ ବର୍ତ୍ତମାନ ଡେ଼ଲ୍ଟାର ଉପସ୍ଥିତି ରହିଛି ସେହି କାରଣରୁ ମୃତ୍ୟୁ ହେଉଛି। ବର୍ତ୍ତମାନ ଡେ଼ଲ୍ଟା ଆଧିପତ୍ୟ ବିସ୍ତାର କରି ରହିଛି।
ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୬୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।