୨୪ ଘଣ୍ଟା ମଧ୍ୟରେ ଝଡ଼ ବର୍ଷା ଆଶଙ୍କା; ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

0

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଯୋଗୁଁ ମୌସୁମୀ ନିମ୍ନ ଚାପ-ରେଖା ଆଜି ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରିଛି । ଫଳରେ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ଉତ୍ତରପ୍ରଦେଶର ମୁଜାଫରପୁର, ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪ ଅଗଷ୍ଟ, ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୫ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ରବିବାର) ସକାଳୁ ଆକାଶ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି। ରାଜ୍ୟରେ ଅଗଷ୍ଟ ୧୫ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.