ଅଘଟଣ ; ପଥର ଖାଦାନ ବ୍ଲାଷ୍ଟିଂରେ ୫ ଶ୍ରମିକ ଗୁରୁତର

0

ଓଡିଆ ନ୍ୟୁଜ୍ (ବ୍ୟୁରୋ) : ପଥର ଖାଦାନରେ ହଠାତ୍ ବ୍ଲାଷ୍ଟିଂ ହେଲା । ଏତିରେ ୫ ଶ୍ରମିକ ଗୁରୁତର ହୋଇଛନ୍ତି। ଏପରି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ଥାନା ବାଗୁଡ଼ି ପଥର ଖାଦାନରେ ଘଟିଛି। ଏହି ଅଘଟଣ ଯୋଗୁ ପଥର ତଳେ ଜଣେ ଶ୍ରମିକ ଚାପି ହୋଇ ଯାଇଥିବା ଜଣାଯାଇଛି।

ସୂଚନା ଅନୁସାରେ ଆଜି ସକାଳେ ବାଗୁଡ଼ି ପଥର ଖାଦାନରେ ବ୍ଲାଷ୍ଟିଂ କରାଯାଇଥିଲା। ଉକ୍ତ ସମୟରେ ସେଠାରେ ଉପସ୍ଥିତ ଥିବା ଶ୍ରମିକଙ୍କ ଉପରେ ପଥର ଖଣ୍ଡମାନ ପଡ଼ିଥିଲା। ଏହି ଭୟଙ୍କର ବ୍ଲାଷ୍ଟିଂରେ ୫ ଜଣ ଗୁରୁତର ହୋଇ ପଡ଼ିଥିଲେ। ତୁରନ୍ତ ସେମାନଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି। ଏଥିସହ ଏବେବି ଜଣେ ଶ୍ରମିକ ପଥର ତଳେ ଚାପି ହୋଇ ରହିଥିବା ଜଣାଯାଇଛି। ଖବର ପାଇ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣାସ୍ଥଳ ଅଭିମୁଖେ ଯାଇଥିବା ଜଣାଯାଇଛି। ସୋରର ବାଗୁଡ଼ିରେ ବାରମ୍ବାର ଏପରି ଅଘଟଣ ଘଟୁଛି । ହେଲେ ପ୍ରଶାସନ ଏପରି ଘଟଣା ପ୍ରତି ଆଖି ବୁଜି ଦେଉଥିବା ଆଲୋଚନା ହେଉଛି। ତେବେ କେବେ ଏଥିପ୍ରତି ପ୍ରଶାସନ ନଜର ଦେବେ , ତାହାକୁ ଅନାଇ ରହିଛନ୍ତି ଅଂଚଳବାସୀ ।

Leave A Reply

Your email address will not be published.