ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ବନ୍ଦ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଂଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।

ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି ।

Leave A Reply

Your email address will not be published.