ପୂର୍ବ ଶତ୍ରୁତାରୁ ହତ୍ୟା ଅଭିଯୁକ୍ତଙ୍କୁ ଗୁଳିକରି ହତ୍ୟା

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): କାମାକ୍ଷାନଗରରେ ପୂର୍ବ ଶତ୍ରୁତାରୁ ହତ୍ୟା ଅଭିଯୁକ୍ତଙ୍କୁ ଗୁଳିକରି ହତ୍ୟା। ଘଟଣାସ୍ଥଳରୁ ମୃତ ନିରଞ୍ଜନ ସାହୁ ରକ୍ତ ଜୁଡୁବୁଡୁ ମୃତ ଦେହ ସହ ଗୁଳି ଜବତ । ବିଳମ୍ବିତ ରାତିରେ ବିଭତ୍ସ ଭାବେ ହତ୍ୟା କରିଛନ୍ତି ଦୁର୍ବୁତ୍ତ ।

ମିଳିଥିବା ସୂଚନାରୁ ପ୍ରକାଶ ଯେ, ଗତ ୨୦୨୧ ମସିହା ସେପ୍ଟେମ୍ବର ମାସ ୨୪ ତାରିଖ ବିଳମ୍ବିତ ରାତିରେ ବାରୁଆଁର ପୂର୍ବତନ ସମିତିସଭ୍ୟ ଦୀପକ ମାହୁଁନ୍ତଙ୍କୁ ନିର୍ମମ ହତ୍ୟା କରାଯାଇଥିଲା । ଏହି  ହତ୍ୟାକାଣ୍ଡରେ ନିରାକାର ସାହୁ ସଂପୃକ୍ତି ଥିବା ସାମ୍ନାକୁ ଆସିଥିଲା । ହତ୍ୟା ଅଭିଯୋଗରେ ନିରଞ୍ଜନ ଗିରଫ ହୋଇଥିଲେ । ଗତ କିଛି ମାସ ତଳେ ବେଲରେ ଆସିଥିଲେ ନିରଞ୍ଜନ। ହେଲେ ଗତକାଲି ବିଳମ୍ବିତ ରାତିରେ ନିରଞ୍ଜନ ଗୁଳିର ଶିକାର ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ କାମାକ୍ଷାନଗର ଥାନା ଆଳତୁମା ମାଳବନ୍ଧ ନିକଟରେ ତାଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।  ରେଲୱେ ଓଭର ବ୍ରିଜ ପାଖ ସଉରିଆ ନିକଟରୁ  ତାଙ୍କର ରକ୍ତ ଜୁଡୁବୁଡୁ ମୃତ ଦେହ ସହ ଗୁଳି ଜବତ କରିଛି ପୋଲିସ । ପ୍ରାଥମିକ ତଦନ୍ତରୁ ଯାହା ଜଣାପଡୁଛି,  ନିରଞ୍ଜନଙ୍କୁ ଯୋଜନାବଦ୍ଧ ଭାବେ ଦୁର୍ବୃତ୍ତମାନେ ହତ୍ୟା କରିଛନ୍ତି ।

Leave A Reply

Your email address will not be published.