ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ଆଜି ପଞ୍ଚମ ଦିନ। ଆଜି ଗୃହକାର୍ଯ୍ୟ ଆରମ୍ଭ ନହେଉଣୁ ବିରୋଧି ବାରମ୍ବାର ହଟ୍ଟଗୋଳ କରିବାରୁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ କରାଯାଇଛି। ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ଖବର ଅନୁଯାୟୀ, ବିଧାନସଭା ମୌସୁମୀ ଅଧିବେଶନ । ଗୁରୁବାର ଦିନ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ କରିଥିଲେ ହଙ୍ଗାମା । ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଥିଲେ । ଏପିରିକି ଗୃହର ମଧ୍ୟଭାଗକୁ ଆସି ବିଜେପି ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଶେଷରେ ବାଚସ୍ପତି ପ୍ରମିଳ ମଲ୍ଲିକ ବାଧ୍ୟ ହୋଇ ବିଧାନସଭାକୁ ମୁଲତବୀ ଘୋଷଣା କରିଥିଲେ । ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।

Leave A Reply

Your email address will not be published.