ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ):  ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର । ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜନସ୍ବାସ୍ଥ୍ୟ ବିଭାଗ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର ଯନ୍ତ୍ରୀ ରମାକାନ୍ତ ମଲ୍ଲିକ ଠିକାଦାର ସୁମନ୍ତ ପରିଡ଼ାଙ୍କ ଠାରୁ ଲାଞ୍ଚ ନେବାବେଳେ ଧରାପଡିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ଫେବୃୟାରୀ ମାସରେ ଏହାର ମରାମତି କାର୍ଯ୍ୟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏଷ୍ଟିମେଟ୍ ହୋଇନଥିଲା । ଏଷ୍ଟିମେଟ୍ କରିବା ପାଇଁ ବାରମ୍ବାର ଲାଞ୍ଚ ମାଗିବାରୁ ଠିକାଦାର ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ଏହାପରେ ଶୁକ୍ରବାର ଏଷ୍ଟିମେଟ୍‌ର ରମାକାନ୍ତ ମଲ୍ଲିକ ନିର୍ବାହୀ ଯନ୍ତ୍ରୀ କାର୍ଯ୍ୟାଳୟ ପରିସରରେ ଥିବା ନିଜ ପ୍ରକୋଷ୍ଠରେ ଲାଞ୍ଚ ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ଭିଜିଲାନ୍ସ ଅତିରିକ୍ତ ଏସ୍‌ପି ଅରୁଣ କୁମାର ନାୟକ ଓ ଇନ୍ସପେକ୍ଟର ତରୁଲତା ବେହେରା ଚଢ଼ାଉ କରି ଧରିଥିଲେ । ଏହାପରେ ସିରିକଣା ସ୍ଥିତ ତାଙ୍କ ଭଡା ଘରେ ମଧ୍ୟ ଚଢ଼ାଉ କରିଥିଲେ । ସେଠାରୁ ତାଙ୍କୁ ରାୟଗଡ଼ା ଭିଜିଲାନ୍ସ ଡିଏସପି କାର୍ଯ୍ୟାଳୟ ନିଆଯାଇଛି ।

Leave A Reply

Your email address will not be published.