ଓଡ଼ିଆ ନ୍ୟୁଜ(ବ୍ୟୁରୋ): ରତ୍ନଭଣ୍ଡାର ମାମଲାର ରାୟ ପ୍ରକାଶ କଲେ ହାଇକୋର୍ଟ। ହାଇ ପାୱାର କମିଟି ଗଠନ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ୨ ମାସ ଭିତରେ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ରତ୍ନ ଭଣ୍ଡାର ଖୋଲିବା ସମ୍ପର୍କରେ ଚୂଡାନ୍ତ ନିଷ୍ପତ୍ତି ନେବ ହାଇ ପାୱାର କମିଟି।
ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବଂ ଜଷ୍ଟିସ୍ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏହି ଶୁଣାଣି ହୋଇଛି। ତେବେ ଶ୍ରୀମନ୍ଦିର ପରିଚାଳନା କମିଟିର କୌଣସି ନିଷ୍ପତିରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନାକରିଛନ୍ତି। ଆବେଦକାରୀ ସମୀର ମହାନ୍ତିଙ୍କ ପିଟିସନ ଖାରଜ ହୋଇଛି।