ଓଡ଼ିଆ ନ୍ୟୁଜ, ମହାରାଷ୍ଟ୍ର:
ମହାରାଷ୍ଟ୍ରର ଏକ 5 ମହଲା ବିଲ୍ଡିଂରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ 7ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ମହାରାଷ୍ଟ୍ରରେ ଭୟାବହ ଅଗ୍ନିକାଣ୍ଡ । ଏକ ବିଲ୍ଡିଂରେ ଅଗ୍ନିକାଣ୍ଡ ଘଟିଥିବାରୁ 7ଜଣଙ୍କର ମୃତ୍ୟୁ ହୋଇଛି । ମୁମ୍ବାଇର ଗୋରଗାଁଓରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଅଗ୍ନିକାଣ୍ଡରେ 39 ଜଣ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ମୁମ୍ବାଇ ପୋଲିସ ସୂଚନା ଦେଇଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏହି ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି । କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ସେନେଇ ସ୍ପଷ୍ଟ ସୂଚନା ହସ୍ତଗତ ହୋଇନାହିଁ । ଦଗ୍ଧଗତ ରାତିରେ ଗୋରଗାଁଓରେ ଥିବା ଏକ 5 ତାଲା ବିଲ୍ଡିଂରେ ହଠାତ ନିଆଁ ଲାଗିଯାଇଥିଲା । ଫଳରେ ଜୀବନ ବଞ୍ଚାଇବାପାଇଁ ସେଠାରେ ରହୁଥିବା ଲେକେ ବାହାରକୁ ପଳାଇ ଆସିଥିଲେ । ଏନେଇ ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ସହ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ତେବେ ବିଲ୍ଡିଂରେ ଅଗ୍ନିକାଣ୍ଡ ସମୟରେ କେତେ ଲୋକ ସେଠାରେ ଉପସ୍ଥିତ ଥିଲେ ସେନେଇ କିଛି ସ୍ପଷ୍ଟ ସୂଚନା ହସ୍ତଗତ ହୋଇନାହିଁ । ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏହି ଘଟଣାରେ ମୃତ୍ୟୁସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।