ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ଶୁଖିଲା

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିଥିଲା। ଗତକାଲି ରାତିରେ ରାଜ୍ୟର କେତେକ ସ୍ଥାନର ତାପମାତ୍ରା ହ୍ରାସ ପାଇଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା ସେମିଳିଗୁଡ଼ାରେ ୧୨.୨ ଡିଗ୍ରି, କୋରାପୁଟରେ ୧୨.୮, ଦାରିଙ୍ଗବାଡ଼ିରେ ୧୩, ଜି. ଉଦୟଗିରିରେ ୧୩.୨, ଫୁଲବାଣୀରେ ୧୮.୧, ଫୁଲବାଣୀରେ ୧୫.୧, ନବରଙ୍ଗପୁରରେ ୧୫.୪ ଓ କିରେଇରେ ୧୫.୫ ଡିଗ୍ରି ରହିଥିଲା। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେ‌ଷ ପରିବର୍ତ୍ତନର ସମ୍ଭାବନା ନାହିଁ।

ଅନ୍ୟପଟେ, ଆଜିଠୁ  ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ଅଭାବରୁ ରାଜ୍ୟରେ କୃଷିକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଅନେକ ସ୍ଥାନରେ ଧାନ ବିଲ ଶୁଖିଲା ପଡ଼ିଛି । ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି।

ସେହିଭଳି ୨ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କେତେକାଂଶରେ ବର୍ଷା ସମ୍ଭାବନା ରହିଛି।ଆସନ୍ତାକାଲିଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ରାୟଗଡ଼ା, କୋରାପୁଟ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.