ରାଜ୍ୟରେ ଆରମ୍ଭ ହେବ ପଶ୍ଚିମା ଝଡ଼

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ରାଜ୍ୟରେ ଆରମ୍ଭ ହେବ ପଶ୍ଚିମା ଝଡ଼ । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ଗଞ୍ଜାମ, ଗଜପତି, ମାଲକାନଗିରି ଜିଲ୍ଲାର କେତେକାଂଶରେ ହାଲୁକା ବର୍ଷା ହୋଇଯାଇଛି । ଆସନ୍ତାକାଲି ଏହାର ପ୍ରଭାବ ଅଧିକ ଦେଖାଯିବ।

ଫଳରେ ଉତ୍ତର ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବୌଦ୍ଧ, ଖୋର୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିଭଳି ୬ ତାରିଖ ପର୍ଯ୍ୟନ୍ତ ପଶ୍ଚିମା ଝଡ଼ ପ୍ରଭାବ ଯୋଗୁଁ ରାଜ୍ୟର କିଛି କିଛି ସ୍ଥାନରେ ଏଭଳି ହାଲୁକା ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପ‌ାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋ‌ପସାଗର ଅଞ୍ଚଳରେ ରହିଥିବା ପୂର୍ବାଳୀ ତରଙ୍ଗାୟିତ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି।

ଏହା ଶ୍ରୀଲଙ୍କା ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ସହ ମିଶିଯିବା ଫଳରେ ରାଜ୍ୟରେ ଆସନ୍ତାକାଲିଠାରୁ ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ।ରାଜ୍ୟର ରାତି ତାପମାତ୍ରାରେ ବୃଦ୍ଧି ଦେଖାଯିବ। ଥଣ୍ଡା କମିବ। ଅପରାହ୍ନ ଆଡ଼କୁ ଆଂଶିକ ମେଘୁଆ ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ରାତିର ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରିକୁ ବୃଦ୍ଧିପାଇବ।

Leave A Reply

Your email address will not be published.