ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ଆସନ୍ତା ୧୪ ତାରିଖରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହି ଲଘୁଚାପ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଏହାରି ପ୍ରଭାବରେ ରାଜ୍ୟରେ ଆସନ୍ତା ୧୫ ତାରିଖରୁ ବର୍ଷା ହେବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।୧୫ ତାରିଖ ଦିନ ଦକ୍ଷିଣ ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ତ୍ତମାନ ୨ ଦିନ ପର୍ଯ୍ୟନ୍ତ ପାଗ ଶୁଖୁଲା ରହିବ । ରାତି ତାପମାତ୍ରାରେ ବିଶେଷ ପରିବର୍ତନ ହେବ ନାହିଁ ।
ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ରାଜ୍ୟରେ ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଏହା ସହ ପାହାନ୍ତିଆରେ ମଧ୍ୟ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି। ଆଜି ସକାଳେ ପାଗ ମେଘୁଆ ରହିଥିଲା।