ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମନ୍ଦିର ନାଟମଣ୍ଡପ ଓ ଜଗମୋହନ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ । ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ନିର୍ଦ୍ଦେଶ । ଏହା ସହ ଜଗମୋହନ ମରାମତି ମଧ୍ୟ କରାଯିବ ।
ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ASIକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମରାମତି ଲାଗି ସମସ୍ତ ସହଯୋଗ ଯୋଗାଇବ ଶ୍ରୀମନ୍ଦିର ପ୍ରଶାସନ । ଆସନ୍ତା ୨୪ ତାରିଖ ଠାରୁ ମରାମତି ଆରମ୍ଭ କରିବାକୁ ଚାହୁଁଥିଲା ଏ ଏସ ଆଇ, ମାତ୍ର ଏହାକୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଅଗ୍ରାହ୍ୟ କରିଛନ୍ତି। ପ୍ରତି ୧୫ ଦିନ ବ୍ୟବଧାନରେ ମରାମତିର ଅଗ୍ରଗତି ରିପୋର୍ଟ ଆମିକସ କ୍ୟୁରୀ ହାଇକୋର୍ଟକୁ ଜଣାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।
ଆସନ୍ତା ଡିସେମ୍ବର ମାସରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାଯାଇଛି। ମରାମତି କାମର ଅନୁଧ୍ୟାନ କରିବେ ଆମିକସ୍ କ୍ୟୁରି । ଏନେଇ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମରାମତି କାମ ଅନୁଧ୍ୟାନ କରି ପ୍ରତି ୧୫ ଦିନରେ ହାଇକୋର୍ଟଙ୍କୁ ରିପୋର୍ଟ ଦେବେ ଆମିକସ୍ କ୍ୟୁରି ।