ଶାନ୍ତି ଶୃଙ୍ଖଳାରେ ଶେଷ ହେଲା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୨୦,୪୩୬ ବୁଥରେ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କଲେ ଭୋଟର

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଆଜି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ମୋଟ ୬୮ଟି ବ୍ଳକର ୧୫୧୪ ଟି ଗ୍ରାମ ପଞ୍ଚାୟତରେ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୦,୪୩୬ ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଅଛି । ଭୋଟ ଗ୍ରହଣ ସମୟରେ ଅଳ୍ପ କିଛି ସ୍ଥାନରେ ସାମାନ୍ୟ ଗଣ୍ଡଗୋଳ ଏବଂ ବିଶୃଙ୍ଖଳାକୁ ବାଦ ଦେଲେ ମୋଟାମୋଟି ଭାବରେ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ କାର୍ଯ୍ୟ ସମ୍ପନ୍ନ ହୋଇଅଛି। ପ୍ରଥମ ପର୍ଯ୍ୟାୟରେ ହୋଇଥିବା ବିଶୃଙ୍ଖଳାକୁ କମିଶନ ଗମ୍ଭିରତାର ସହ ବିଚାରକୁ ନେଇ ପରବର୍ତ୍ତୀ ପର୍ଯ୍ୟାୟରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ସହ ଶାନ୍ତିପୁର୍ଣ୍ଣ ଭାବେ ପଞ୍ଚାୟତ ନିର୍ବାଚନ ସାରିବା ପାଇଁ ପୋଲିସ ଡି.ଜି.ଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଆଜିର ନିର୍ବାଚନରେ ପରିସ୍ଥିତି ଉନ୍ନତି ପରିଲକ୍ଷିତ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୨ ଲକ୍ଷ ୧୦ ହଜାରରୁ ଅଧିକ ଭୋଟର ଥିବା ବେଳେ ପ୍ରାରମ୍ଭିକ ସୂଚନା ଅନୁଯାୟୀ ରାଜ୍ୟରେ ମୋଟ ୭୧% % ମତଦାନ ହୋଇଅଛି । କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ୟରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଛି । ପ୍ରାଥମିକ ରିପୋର୍ଟ ଅନୁଯାୟୀ ଜଗତସିଂହପୁର ଓ ଯାଜପୁର ଜିଲ୍ଲାର କିଛି ବୁଥରେ ନିର୍ବାଚନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଏହା ବ୍ୟତୀତ ବାଲଟ ପେପରରେ ତୃଟି ପାଇଁ ଦୁଇ ତିନୋଟି ସ୍ଥାନରେ ପୁନଃ ନିର୍ବାଚନ ଆବଶ୍ୟକ ହୋଇପାରେ । ଏ ସମ୍ପର୍କରେ ସମ୍ପୃକ୍ତ ଜିଲ୍ଲାପାଳଙ୍କଠାରୁ ବିସ୍ତୃତ ରିପୋର୍ଟ ପାଇବାପରେ ରାଜ୍ୟ ନିର୍ବାଚନ କମିଶନ ସେ ବିଷୟରେ ଅନୁଧ୍ୟାନ କରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।ଆଜିର ନିର୍ବାଚନରେ ଭାଗ ନେଇଥିବା ସମସ୍ତ ଅଧିକାରୀ, ପୋଲିସ କର୍ତ୍ତୃପକ୍ଷ, ସମସ୍ତ ଜନସାଧାରଣ ତଥା ଭୋଟର ମାନେ ସକ୍ରିୟ ଅଂଶ ଗ୍ରହଣ କରିବା ସହିତ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ଶେଷ ହୋଇଥିବାରୁ ଆଗାମୀ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ସ୍ଥାନମାନଙ୍କରେ ଏହପରି ଶାନ୍ତି ଶୃଙ୍ଖଳା ବଜାୟୀ ରହିବ ବୋଲି କମିଶନ  ଆଶା କରୁଛନ୍ତି ।

 

Leave A Reply

Your email address will not be published.