ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ଦୀର୍ଘ ୧୭ ଦିନ ପରେ ଟନେଲରୁ ଉଦ୍ଧାର ହେଲେ ଶ୍ରମିକ । ଶ୍ରମିକଙ୍କୁ ଉଦ୍ଧାର ପାଇଁ ଏହି ମହା-ଅପରେସନ୍ରେ ରାଟ୍ ହୋଲ୍ ମାଇନର୍ସଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା । ଶେଷ ୧୦ରୁ ୧୨ ମିଟରକୁ ହାତରେ ଖୋଳି ଅସମ୍ଭବକୁ ସମ୍ଭବ କରି ଦେଖାଇଥିଲେ ରାଟ୍ ହୋଲ୍ ମାଇନର୍ସ । ୭ରୁ ଅଧିକ ଏଜେନ୍ସିର ଅକ୍ଲାନ୍ତ ପରିଶ୍ରମ ପରେ ଅନ୍ଧାରୀ ଟନେଲ ଭିତରୁ ରକ୍ଷା ପାଇଲା ୪୧ ଜୀବନ । ସବୁ ଶ୍ରମ, ସବୁ ଉଦ୍ୟମ, ସବୁ ପ୍ରାର୍ଥନା ସଫଳ ହୋଇଛି । ରେସ୍କ୍ୟୁ ପାଇପ୍ ଭିତର ଦେଇ ଗୁରୁଣ୍ଡି ଗୁରୁଣ୍ଡି ସୁରକ୍ଷିତ ଭାବେ ଫେରିଛନ୍ତି ଜଣେ ପରେ ଜଣେ ସାହସୀ ଶ୍ରମିକ ।