ଯୁକ୍ତ ଦୁଇ ବୋର୍ଡ ପରୀକ୍ଷାର ହେବ ଲାଇଭ ଷ୍ଟ୍ରିମିଂ

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ):  ଜାନୁଆରିରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା। ତାରିଖ ସ୍ଥିର ହୋଇ ନ ଥିଲେ ମଧ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଯେଉଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ)ର ଭିତ୍ତିଭୂମି ସୁଦୃଢ଼ ନ ଥିବ ସେଠାରେ ଏଥର ପରୀକ୍ଷା କେନ୍ଦ୍ର ହେବ ନାହିଁ।

ପରୀକ୍ଷାକୁ ନଜରରେ ରଖି ଆସନ୍ତା ୧୫ ତାରିଖ ସୁଦ୍ଧା ସମସ୍ତ କଲେଜ କର୍ତ୍ତୃପକ୍ଷ ସିସିଟିଭି କ୍ୟାମେରାଗୁଡ଼ିକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷାରେ ସ୍ବଚ୍ଛତା ଆଣିବା ନେଇ ଏଭଳି ଏକ ପଦକ୍ଷେପ ନେଉଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ସେହିପରି ପରୀକ୍ଷା ପରିଚାଳନା ହବ୍ ଭା‌ବେ ଘୋଷିତ ସ୍ବୟଂଶାସିତ ମହାବିଦ୍ୟାଳୟଗୁଡ଼ିକୁ ଆବଶ୍ୟକୀୟ ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି । ନିଜ ଭିତରେ ଆବଶ୍ୟକୀୟ ବ୍ୟବସ୍ଥା କରିବା ଆବଶ୍ୟକ ବୋଲି ଚିଠିରେ ଉଲ୍ଲେଖ ରହିଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ଫେବୃଆରୀ ୧୪ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ ।

ମାର୍ଚ୍ଚ ୧୩ ତାରିଖ ଅର୍ଥାତ ୧ ମାସ ମଧ୍ୟରେ ସରିବ ପରୀକ୍ଷା । ଏପ୍ରିଲ ଶେଷ ବା ମେ’ ପ୍ରଥମ ସପ୍ତାହରେ ରେଜଲ୍ଟ ପ୍ରକାଶ ପାଇପାରେ । ଏଥିପାଇଁ ଜାନୁଆରୀ ପ୍ରଥମ ସପ୍ତାହରେ ଆରମ୍ଭ ହେବ ପ୍ରାକ୍ଟିକାଲ ପରୀକ୍ଷା । ଡିସେମ୍ବର ୧୨ ତାରିଖରେ ଛାତ୍ରଛାତ୍ରୀ ଅନଲାଇନ ମାଧ୍ୟମରେ ଆଡମିଟ କାର୍ଡ ନେଇପାରିବେ । ଯୁକ୍ତ ଦୁଇ ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ମେ’ ମାସ ତୃତୀୟ ସପ୍ତାହରେ ଫର୍ମ ଫିଲ୍‌ଅପ୍‌ କରିବେ ।

Leave A Reply

Your email address will not be published.