ଓଡ଼ିଶାକୁ ବିଦାୟ ଦେଲେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ;ବିମାନ ବନ୍ଦରରେ ବିଦାୟ ଜଣାଇଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

0

ଦୁଇ ଦିନିଆ ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି ରାମ ନାଥ କୋଭିନ୍ଦ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଓଡିଶାରୁ ହାଇଦ୍ରାବାଦ ଯାଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିମାନବନ୍ଦରରେ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ବିଦାୟ ଦେଇଛନ୍ତି। ଦୁଇ ଦିନିଆ ପୁରୀ ଗସ୍ତର ଦ୍ୱିତୀୟ ଦିନରେ ଆଜି ୧୧ଟା ସମୟରେ ଶରଧାବାଲିରେ ବିଶ୍ୱ ବୈଷ୍ଣବ ସମ୍ମିଳନୀକୁ ଉଦଘାଟନ କରିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ସମ୍ମିଳନୀରେ ରାମନାଥ କୋବିନ୍ଦ ଏବଂ ତାଙ୍କ ପତ୍ନୀ ସବିତା କୋବିନ୍ଦ, ରାଜ୍ୟପାଳ ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ। ଏହାପୂର୍ବରୁ ଗତକାଲି ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପୁରୀଧାମ ଆସି ସେ ବହୁତ ଖୁସି ବୋଲି ସେ କହିଛନ୍ତି।

Leave A Reply

Your email address will not be published.