ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ଆଜିଠୁ ରାଜସ୍ଥାନରେ ଭଜନ ରାଜ୍ । ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଭଜବନଲାଲ ଶର୍ମା । ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କୁ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା ।
ରାଜସ୍ଥାନ ରାଜଧାନୀ ଜୟପୁର ସ୍ଥିତ ଆଲବର୍ଟ ହଲ୍ ପରିସରରେ ଶପଥ ଗ୍ରହଣ ଉସôବର ଆୟୋଜନ କରାଯାଇ ଥିଲା । ପୂର୍ବାହ୍ନ ୧୧ଟା ୩୦ ମିନିଟରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଭଜନଲାଲ ଶର୍ମା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ଦୁଇ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଦିୟା କୁମାରୀ ଏବଂ ପ୍ରେମଚନ୍ଦ୍ର ବୈରୱା ।
ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉସôବରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଅନ୍ୟ ବରିଷ୍ଠ ବ୍ୟକ୍ତି ଏହି ଅନୁଷ୍ଠାନରେ ସାମିଲ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ଜୟପୁର ସମେତ ରାଜସ୍ଥାନର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା ।