ଆସନ୍ତାକାଲି ବନକଲାଗି ନୀତି ଅନୁଷ୍ଠିତ

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ):  ଆସନ୍ତାକାଲି ବୁଧବାର ମାର୍ଗଶିର-ଶୁକ୍ଳ ଅଷ୍ଟମୀ ତିଥି ଶ୍ରୀ ବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ସ୍ୱତନ୍ତ୍ର ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୪ରୁ ରାତ୍ର ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହି ସମୟରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ବନ୍ଦ ।

Leave A Reply

Your email address will not be published.