ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ରେ ପୁନର୍ବାର ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଅବସ୍ଥାପିତ କରିବା ପାଇଁ ନେଲେ ଶପଥ | ଆନନ୍ଦପୁର ନିର୍ବାଚନ ମଣ୍ଡଳୀର ବଡରମ୍ପାସ ଠାରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।
ସରପଞ୍ଚ ରବିନ୍ଦ୍ର ଜେନା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ପ୍ରତିଷ୍ଠା ଦିବସ ରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୋମନାଥ ଦାସ, ଜିଲ୍ଲା ଯୁବ ବିଜେଡି ସଭାପତି ରାକେଶ ରାମ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ଜେନା, ରାଜ୍ୟ ଛାତ୍ର ବିଜେଡି ସାଧାରଣ ସମ୍ପାଦକ ଅମରେନ୍ଦ୍ର ଧଳ, ଯୁବନେତା ଅଭୀମନ୍ୟୁ ସେଠୀ ପ୍ରମୁଖ ଯୋଗଦେଇ ଥିଲେ |
ଓଡ଼ିଶାରେ ବିଜୁ ଜନତା ଦଳ ସରକାର କିପରି ସ୍ଵଛ ଶାସନ ଯୋଗାଇ ଦେଇଛି ତାହା ଉପରେ ମତବ୍ୟକ୍ତ କରିବା ସହିତ ଆଗାମୀ ୨୦୨୪ ନିର୍ବାଚନ ରେ ପୁନର୍ବାର ବିଜେଡିକୁ କ୍ଷମତା କୁ ଆଣିବାକୁ ଆହ୍ୱାନ ଦେଇଥିଲେ। ୨୦୨୪ରେ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଅବସ୍ଥାପିତ କରିବାକୁ ଶପଥ ନେଇଥିଲେ।