ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମଧ୍ୟପ୍ରଦେଶରେ ଭୟଙ୍କର ସଡକ ଦୁର୍ଘଟଣା । ମଧ୍ୟପ୍ରଦେଶର ଗୁନା ଅଞ୍ଚଳରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଡମ୍ଫର ଓ ଘରୋଇ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବସ୍ଟି ସମ୍ପୂର୍ଣ୍ଣ ଜଳି ଯାଇଛି। ଏହି ଦୁର୍ଘଟଣାରେ ବସ୍ଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ୧୩ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ଏହି ଅଗ୍ନିକାଣ୍ଡରେ ୧୭ ଯାତ୍ରୀ ଆହତ ହୋଇଛନ୍ତି।
ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହିତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି ।ସୂଚନା ଅନୁଯାୟୀ, ଗୁନାରୁ ଆରୋନ ଯାଉଥିବା ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ପ୍ରାୟ ୩୦ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ । ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, କିଛି ମୃତଦେହ ସମ୍ପୂର୍ଣ୍ଣ ଭାବେ ପୋଡ଼ି ପାଉଁଶ ହୋଇଯାଇଛି । ଏହି ଯାତ୍ରୀଙ୍କ ପରିଚୟ ମିଳିପାରିନଥିବା ବେଳେ ଏମାନଙ୍କ ଡିଏନଏ ଟେଷ୍ଟ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷୀକ ପହଞ୍ଚିଛନ୍ତି । ସମସ୍ତ ଆହତଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜିଲ୍ଲାପାଳଙ୍କ କହିବା ଅନୁଯାୟୀ, ଯାତ୍ରୀବାହୀ ବସ୍, ଟ୍ରକ୍ ସହିତ ଧକ୍କା ହେବା ପରେ ରସ୍ତାରେ ଓଲଟି ପଡ଼ିଥିଲା । ଏହା ପରେ ବସ୍ରେ ନିଆଁ ଲାଗିଯାଇଥିଲା । ଏହି ଦୁର୍ଘଟଣାରେ ୧୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଆହତ ହୋଇଛନ୍ତି ।ବସ୍ ନିଆଁକୁ ମଧ୍ୟ ଦମକଳ ବାହିନୀ ଦ୍ବାରା ଆୟତ୍ତ କରାଯାଇଛି । ଦୁର୍ଘଟଣା କେଉଁ କାରଣ ଯୋଗୁଁ ଘଟିଲା ସେନେଇ ତଦନ୍ତ ଆରମ୍ଭ ହୋଇଛି । ତଦନ୍ତ ପରେ ଅଧିକ ସୂଚନା ଦିଆଯିବ ।