ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ କମାଳାଡିହ ଠାରେ ଥିବା ଚିନ୍ତାମଣି ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି।

ଏହି ସମାରୋହରେ ଓଡିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ବଡ଼ମ୍ବା ବିଧାୟକ ଶ୍ରୀ ଦେବୀପ୍ରସାଦ ମିଶ୍ର ସଭାପତିତ୍ୱ କରିଥିବା ବେଳେ ଓଡିଶା ସରକାରଙ୍କ ଶିକ୍ଷା ଓ ରାଜସ୍ୱ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ସୁଦାମ ମାର୍ଣ୍ଡି ମୁଖ୍ୟ ଅତିଥି,କଟକ ସାଂସଦ ଭର୍ତ୍ତୃହରି ମହତାବ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିବା ବେଳେ କଟକ ଜିଲ୍ଲା ପରିଷଦ ଅଧ୍ୟକ୍ଷ କିଶୋର ଚନ୍ଦ୍ର ମିଶ୍ର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ପ୍ରାରମ୍ଭରେ ଅତିଥି ମାନେ ପ୍ରଦୀପ ପ୍ରଜ୍ବଳନ କରି ସମାରୋହକୁ ଉଦଘାଟନ କରି ସାରିବା ପରେ ଅତିଥି ମାନଙ୍କୁ ପୁଷ୍ପ ଗୁଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

ଅତିଥିମାନେ ନିଜର ବକ୍ତବ୍ୟ ରେ କହିଥିଲେ କି ନିଜ ନିଜ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ପ୍ରତ୍ୟେକ ଭଲ ମଣିଷର ଏନ୍ତୁଡ଼ିଶାଳ ହେଉଛି ତାର ଶିକ୍ଷାଳୟ।ଚିର ସ୍ମୃତି ବହନ କରୁଥିବା ଏହି ବିଦ୍ୟାଳୟ 1971 ମସିହାରେ ପ୍ରତିଷ୍ଠା ହୋଇଥିଲା।ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଳନ କରାଯାଉଥିବାରୁ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ସହିତ ପୁରାତନ ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସମାରୋହରେ ଉପସ୍ଥିତ ରହିଥିଲେ।ଶେଷରେ ବିଭିନ୍ନ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

Leave A Reply

Your email address will not be published.