ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଶୀତରେ ଥରୁଛି ସାରା ଓଡି଼ଶା। ଜାନୁଆରୀରେ ଶୀତର ପ୍ରଭାବ୍ କମିପାରେ। ସ୍ବାଭାବିକ ଠାରୁ ରାତ୍ରିର ତାପମାତ୍ରା ଅଧିକ ରହିବା ଯୋଗୁଁ ରାତିରେ ଥଣ୍ତା ମଧ୍ୟ କମିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୪ରୁ ୫ ତାରିଖରେ କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି, ୬ ଏବଂ ୭ ତାରିଖରେ ଶୁଖିଲା ପାଗ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଅନୁଯାୟୀ, ଆଗାମୀ ୩ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ, ୪ ତାରିଖରେ ଝାରସୁଗୁଡା, ମୟୁରଭଂଜ, କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୫ ତାରିଖରେ ବରଗଡ,ସମ୍ବଲପୁର, ଝାରସୁଗୁଡା,ସମ୍ବଲପୁର, ଦେବଗଡ, କେନ୍ଦୁଝର, ଦେବଗଡ ଓ ମୟୁରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବାନ ରହିଛି। କିନ୍ତୁ ରାଜ୍ୟର ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ।
କୁହୁଡି଼ କୁ ନେଇ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ୨ ତାରିଖରେ କଳାହାଣ୍ତି, କନ୍ଧମାଳ, ରାୟଗଡା, ସୋନପୁର, କୋରାପୁଟ୍,ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ଦେବଗଡ, ସୁନ୍ଦରଗଡ, କଟକ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡି ହେବାର ସମ୍ଭାବନା ରହିଛି। ୩ ତାରିଖ ସକାଳେ ନୟାଗଡ, କଟକ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅଧିକ କୁହୁଡି (fog) ଦୃଶ୍ୟମାନ ହେବା ନେଇ ସତର୍କତା ଜାରି କରାଯାଇଛି।