ଆସନ୍ତା କାଲିଠାରୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆସନ୍ତା କାଲିଠାରୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ । ତେବେ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ ବିଦେଶାଗତ ପକ୍ଷୀ ଓ କୁମ୍ଭୀର ଗଣନା କରାଯିବ । ୨୦୨୪ ଜାନୁଆରୀ ୫ ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ପକ୍ଷୀ ଓ କୁମ୍ଭୀର ଗଣନା କରାଯାଉଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ । ଭିତରକନିକା ନଦୀ ଓ ନାଳ ରେ ଜୁଆରିଆ ହୋଇ ଥିବାରୁ ଅଧିକ ଭଟା ରହୁଥିବା ଅମବସ୍ୟା ତିଥି ପରେ ଉଚ୍ଚ ଜୁଆର ନ ଆସିବା ଯୋଗୁଁ ନଦୀ ପଠା ବୁଡି ନଥାଏ । ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବା ପାଇଁ ସୁବିଧା ହୋଇଥାଏ ।

ବିଶେଷଜ୍ଞ ଗଣନା କାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବା ପରେ ଗଣନା କାରୀ ଦଳ ଗଠନ କରାଯାଇ କୁମ୍ଭୀର ଗଣନା ଆରମ୍ଭ କରାଯିବ । ଜାନୁଆରୀ ୫ ରୁ ୯ ତାରିଖ ଯାଏଁ ବିଦେଶାଗତ ପକ୍ଷୀ ଗଣନା ସହ ଜାନୁଆରୀ ୯ ରୁ ୧୩ ତାରିଖ ଯାଏଁ କୁମ୍ଭୀର ଗଣନା କରାଯିବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି।

Leave A Reply

Your email address will not be published.