ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୭୫ତମ ସାଧାରଣତନ୍ତ୍ର ଦିବସ -୨୦୨୪ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ଆଜି ଅପରାହ୍ନ ଘ ୩-୩୦ ମିନିଟ ସମୟ ରେ ପାଞ୍ଚପୀଡ଼ ଉପଖଣ୍ଡ କରଞ୍ଜିଆ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ କରଞ୍ଜିଆ ଉପଖଣ୍ଡ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରେମାଂଶୁ ଚାନ୍ଦ ଙ୍କ ସଭାପତିତ୍ବ ରେ କରଞ୍ଜିଆ ଉପଖଣ୍ଡ ରେ ଆଗାମୀ ୭୫ତମ ସାଧାରଣତନ୍ତ୍ର ଦିବସ -୨୦୨୪ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି | ପ୍ରାରମ୍ଭ ରେ ଉପଜିଲ୍ଲାପାଳ ସଭା ରେ ଯୋଗ ଦେଇଥିବା ସମସ୍ତଙ୍କୁ ସ୍ୱାଗତ କରିବା ସହ ଏହି ପ୍ରସ୍ତୁତି ବୈଠକ ର ଆଭିମୁଖ୍ୟ ସମ୍ଭନ୍ଧ ରେ ପ୍ରତିପାଦନ କରିଥିଲେ |
ଏହା ପରେ ଏହି ଜାତୀୟ ଦିବସ କୁ ଉପଖଣ୍ଡ ସ୍ତରରେ ସୁନ୍ଦର ତଥା ଆକର୍ଷଣୀୟ ଭାବେ ବ୍ୟବସ୍ଥିତ ଢଙ୍ଗ ରେ ପାଳନ କରିବା ପାଇଁ ପ୍ରତ୍ୟେକଟି ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ସର୍ବସମ୍ମତି କ୍ରମେ ନିଷ୍ପତି ନିଆଯାଇଥିଲା | ଏହି ଜାତୀୟ ଦିବସ ପାଳନ ଅବସରରେ ଆବଶ୍ୟକୀୟ କାର୍ଯ୍ୟ, ଯଥା ଦିବସ ପାଳନ ଅବ୍ୟବହିତ ପୂର୍ବରୁ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ ତଥା ଏଥି ପାଇଁ ଉପଯୁକ୍ତ ବିଚାରକ ମଣ୍ଡଳୀ ଗଠନ , ଦିବସ ପାଳନ ଦିନ ଡାକବାଜି ଯନ୍ତ୍ର ଯୋଗେ ସହରାଞ୍ଚଳ ରେ ରାମଧୂନ ପରିବେଷଣ, ପ୍ୟାରେଡ ପଡିଆ ସୁସଜ୍ଜିକରଣ, ଅଭିବାଦନ ମଞ୍ଚ ପ୍ରସ୍ତୁତି, ସହରାଞ୍ଚଳ କୁ ପରିଷ୍କାର ପରିଚ୍ଛନ୍ନ, ଜଳ ଯୋଗାଣ, ଆକସ୍ମିକ ଦୁର୍ଘଟଣାର ମୁକାବିଲା, ପ୍ୟାରେଡ ପରିଚାଳନା, ଅପାତକାଳୀନ ସ୍ୱାସ୍ଥ୍ୟ ସେବା,ଜାତୀୟ ସଂଗୀତ ପରିବେଷଣ, ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ, ଅତିଥି ମାନଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ ଓ ପ୍ରତିଯୋଗିତା ର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ ଇତ୍ୟାଦି କାର୍ଯ୍ୟକୁ ସୁଚାରୁ ରୂପେ ସମ୍ପାଦନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ତଥା ବ୍ୟକ୍ତି ବିଶେଷ ଙ୍କୁ ଉପଜିଲ୍ଲାପାଳ ନିର୍ଦେଶ ଦେବା ସହିତ ଉପଖଣ୍ଡ ସ୍ତରୀୟ ଏହି ଜାତୀୟ ଦିବସ କୁ ସୁନ୍ଦର ଓ ଶୃଙ୍ଖଳିତ ଭାବେ ପାଳନ କରିବା ପାଇଁ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ |
ଅନୁଷ୍ଠିତ ଉକ୍ତ ବୈଠକ ରେ କରଞ୍ଜିଆ ତହସିଲଦାର ଦିବାକର ମାଝୀ କରଞ୍ଜିଆ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ର ଅଧିକାରୀ ଲଳିତ କୁମାର ନାଏକ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସୁତାର, ସହକାରୀ ଜିଲ୍ଲାପାଳ ରଶ୍ମିତା ଜେନା, ଓ ଡେପୁଟି କଲେକଟର ଅଭିସ୍ମିତା ତିବାରୀ, ପ୍ରମୁଖ ଯୋଗ ଦେଇଥିବା ବେଳେ ଉପଖଣ୍ଡ ସ୍ତରୀୟ ବିଭିନ୍ନ ପଦାଧିକାରୀ, ବିଭିନ୍ନ ଶିକ୍ଷାନୁଷ୍ଠାନ ଅଧକାରୀ,ବରିଷ୍ଠ ନାଗରିକ,ଆଇନଜୀବୀ,ସହରର ମାନ୍ୟଗଣ୍ୟ ବ୍ୟକ୍ତି, ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଓ ଗଣମାଧ୍ୟମ ର ପ୍ରତିନିଧି ମାନେ ଉପସ୍ଥିତ ରହି ଆଲୋଚନା ରେ ସକ୍ରିୟ ଅଂଶ ଗ୍ରହଣ କରି ସୁଚିନ୍ତିତ ମତାମତ ରହିଥିଲେ | ଶେଷରେ ସହକାରୀ ଜିଲ୍ଲାପାଳ ତଥା କରଞ୍ଜିଆ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନିହାର ରଞ୍ଜନ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ଉକ୍ତ ବୈଠକ ପରିଚାଳନା ରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ କରଞ୍ଜିଆର ଅରୁଣ ପାଣିଗ୍ରାହୀ ଓ ଅନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ |