ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଐତିହାସିକ ବାରବାଟୀ ଷ୍ଟାଡିୟମ ନୂଆ ରୂପ ନେବ। ଏଥି ନିମନ୍ତେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଆଜି ଏହାର ସମୀକ୍ଷା କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍।
ରାଜ୍ୟର ଏକମାତ୍ର ଏହି ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ନବକଳେବର ନିମନ୍ତେ ୬୦୦ ରୁ ୭୦୦ କୋଟି ଖର୍ଚ୍ଚ କରାଯିବ ବୋଲି ଜଣାପଡିଛି।ଏସବୁ କାର୍ଯ୍ୟକାରୀ ହେବା ପୂର୍ବରୁ ବୁଧବାର ସକାଳୁ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଷ୍ଟାଡିୟମ ବୁଲି ଦେଖିଛନ୍ତି ।
ଓସିଏର ସମସ୍ତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ଷ୍ଟାଡିୟମରେ ସମସ୍ତ ଗ୍ୟାଲେରୀର ବ୍ଲୁ ପ୍ରିଣ୍ଟ କୁ ତର୍ଜମା କରିଛନ୍ତି 5T ଅଧ୍ୟକ୍ଷ । ଆସନ୍ତା ୨୭ ତାରିଖରେ ବାରବାଟୀ ଷ୍ଟାଡିୟମ ନବକଳେବର ପ୍ରକଳ୍ପ ଲାଗି ଭିତ୍ତି ପ୍ରସ୍ତର ସ୍ଥାପନ ହେବାର ଅଛି । ମୁଖ୍ୟମନ୍ତ୍ରୀ ବାରବାଟୀ ନୂଆ ଲୁକ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।
ବିସିସିଆଇ, ରାଜ୍ୟ ସରକାର ଓସିଏର ମିଳିତ ଉଦ୍ୟମରେ ଏହି ବଡ଼ ପ୍ରୋଜେକ୍ଟର ଶୁଭାରମ୍ଭ କରାଯିବ । ମୋଟ ୬୦୦ କୋଟି ଟଙ୍କାର ଅଟକଳ ରେ ହେବ ପୁନଃ ନିର୍ମାଣ କାର୍ଯ୍ୟ । ପ୍ରୋଜେକ୍ଟ ରିପୋର୍ଟ ମଧ୍ୟ ଏକ ପ୍ରକାର ଚୂଡାନ୍ତ ପର୍ଯ୍ୟାୟରେ ରହିଛି । ନବକଳେବର ଲାଗି ରାଜ୍ୟ ସରକାର ଓ ଓସିଏ ର ମିଳିତ ଉଦ୍ୟମରେ ହେବ ଖର୍ଚ୍ଚ ।