ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨୬୩ ଜଣଙ୍କୁ ନିଯୁକ୍ତି ପ୍ରଦାନ କରିବେ। ଓଡିଶା ନିଯୁକ୍ତି ପର୍ବ କାର୍ୟ୍ୟକ୍ରମରେ ଏହି ନିଯୁକ୍ତି ପ୍ରଦାନ କରାଯିବ। ଆଜି ଅପରହ୍ନରେ ଲୋକସେବା ଭବନ କନଭେନସ ହଲରେ ମୁଖ୍ୟମନ୍ତ୍ରୀ ଏହି ନିଯୁକ୍ତି ପ୍ରଦାନ କରିବେ।
ସୂଚନା ମୁତାବକ, ଆଜି ଅପରାହ୍ନ ସାଢେ ୫ଟାରେ ଲୋକସେବା କନଭେନସନ ସେଣ୍ଟରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ପତ୍ର ପ୍ରଦାନ କରିବେ। ୪୧୨ ଜଣଙ୍କ ମଧ୍ୟରେ ୧୬ ଜଣ ଇଲେକ୍ଟ୍ରିକାଲ ଇଞ୍ଜିନୟର, ୧୯୭ ଟେକ୍ନିସିଆନ ଓ ୫୪ ଜଣ କାର୍ଯ୍ୟାଳୟ ସହାୟକ ଭାବେ ନିଯୁକ୍ତି ପାଇବେ। ଗତମାସରେ ୧୨୯ ଜଣ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ମିଳିଥିଲା। ଅନୁସୂଚିତ ଜାତି ଜନଜାତି କଲ୍ୟାଣ ବିଭାଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ।
ଏହା ସହ କୃଷି ଓ କୃଷକ ସଶକ୍ତି କରଣ ବିଭାଗ ଅଧୀନରେ ୪୦୬ଜଣଙ୍କୁ ମୁଖ୍ୟମନ୍ତ୍ରୀ ନୂଆ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ ।ଏଥିରେ ୨୬୧ଜଣ ସହକାରୀ କୃଷି ଅଧିକାରୀ, ୧୦୨ଜଣ ସହକାରୀ କୃଷି ଯନ୍ତ୍ରୀ ଏବଂ ୪୩ଜଣ ବିହନ ଉତ୍ପାଦନ ଓ ବିପଣନ ଅଧିକାରୀଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଥିଲା ।