ସଡ଼କ ଦୁର୍ଘଟଣାରେ ତେଲେଙ୍ଗାନା ବିଧାୟିକାଙ୍କ ମୃତ୍ୟୁ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସଡ଼କ ଦୁର୍ଘଟଣାରେ ତେଲେଙ୍ଗାନା ବିଧାୟିକାଙ୍କ ମୃତ୍ୟୁ।  BRS ବିଧାୟିକା ଜି ଲସ୍ୟା ନନ୍ଦିତାଙ୍କ ମୃତ୍ୟୁ ହୋଇଛି। ହାଇଦ୍ରାବାଦ ପାଟନଚେରୁଭ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିଧାୟିକାଙ୍କ ଗାଡ଼ି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।ଲସ୍ୟା ତେଲଙ୍ଗାନାର ସିକନ୍ଦରାବାଦ କେଣ୍ଟ ସିଟ୍‌ରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ।  ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୬ ବର୍ଷ ହୋଇଥିଲା |

ବିଧାୟିକାଙ୍କ ଗାଡ଼ିଟି ଦ୍ରୁତ ଗତିରେ ରିଙ୍ଗ ରୋଡରେ ଯାଉଥିବା ବେଳେ ଡ୍ରାଇଭରଜଣକ ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇ ବସିଲେ। ଏହାପରେ ଗାଡ଼ିଟି ଡିଭାଇଡରରେ ପିଟି ହୋଇ ଯାଇଥିଲା। । ଫଳରେ ଗୁରୁତର ହୋଇ ପଡ଼ିଥିବା ବିଧାୟିକା ଜି ଲସ୍ୟା ନନ୍ଦିତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ କାର୍‌ ଡ୍ରାଇଭର ଗମ୍ଭୀର ରୂପେ ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଜି ଲସ୍ୟା ନନ୍ଦିତା ଙ୍କ ପିତା ଜି ସାୟାନ୍ନା ସିକନ୍ଦରାବାଦର କେଣ୍ଟ ସିଟ୍‌ରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଗତ ବର୍ଷ ଫେବୃୟାରୀରେ ତାଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ହୋଇଥିବା ନିର୍ବାଚନରେ ନନ୍ଦିତା ସିକନ୍ଦରାବାଦରୁ ନିର୍ବାଚନ ମଇଦାନକୁ ଓହ୍ଳାଇଥିଲେ ଓ ବିଜୟୀ ହୋଇଥିଲେ। ସେ ବିଜେପି ପ୍ରାର୍ଥୀଙ୍କୁ ୧୭ ହରାଇ ଭୋଟରା ହରାଇ ଜିତିଥିଲେ।

Leave A Reply

Your email address will not be published.