ପୁଣି ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୁଣି ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା। ଆଜି ସେ ବ୍ରଜରଜନଗର, ବଣେଇ, ଅତାବିରା, ଜଟଣୀରେ ସଭା କରିବେ। ଆସନ୍ତାକାଲି କବିସୂର୍ଯ୍ୟନଗର, କଣ୍ଟାବାଞ୍ଝି , ଲୋଇସିଂହା, ସତ୍ୟବାଦୀ, ପିପିଲିରେ ସମାବେଶ କରିବେ।

ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ତାଙ୍କର ସୂଚନା ଅନୁଯାୟୀ, ଆଜି ଅପରାହ୍ନ ସାଢେ ୨ଟା ଭୁବନେଶ୍ୱରର ସ୍ୱସ୍ତି ପ୍ରିମିୟମ ହୋଟେଲରେ ‘ବିଶେଷ ସମ୍ପର୍କ ଅଭିଯାନ’ରେ ଯୋଗଦେବେ ଆସାମ ମୁଖ୍ୟମନ୍ତ୍ରୀ। ଆଜି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ତଳସରା, ବିଜେପୁର, ବୀରମହାରାଜପୁରରେ ସଭା କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତାକାଲି ଆସିବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଂଜନ ଲାଲ ଶର୍ମା। ସେ ସାନଖେମୁଣ୍ଡି, ଦଶପଲ୍ଲା, ଜି. ଉଦୟଗିରିରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।

ଏହା ପୂର୍ବରୁ ଗତ ୯ ତାରିଖରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଆଜି ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମାଥିଲି, ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଓ ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଏମ୍‌ପିଭି-୮୨ ଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ। ଅନ୍ୟପକ୍ଷରେ ଆଜି ରାଜଧାନୀରେ ରୋଡ ଶୋ’ କରିବେ ଜେ.ପି. ନଡ୍ଡା। ସକାଳ ୯ଟାରେ ନଡ୍ଡା ମାଉସୀ ମା’ ମନ୍ଦିରଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ରୋଡ୍ ଶୋ’ କରିବେ। ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ।

Comments are closed.