ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଙ୍ଗୋପସାଗରରେ ଆସୁଛି ଲଘୁଚାପ। ଆସନ୍ତାକାଲି ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି।
୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ। ଏପଟେ ଆଜିଠୁ ତିନି ଦିନ ପାଇଁ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି।
ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇ ଅବପାତ ଓ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ବାତ୍ୟାରେ ମଧ୍ୟ ପରିଣତ ହୋଇପାରେ। ତେବେ ବାତ୍ୟା ନେଇ ଏଯାଏ କୌଣସି ଆକଳନ କରାଯାଇନି। ୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.