ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଝାରସୁଗୁଡ଼ା ବେଳପାହାଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କୁଲ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆହତମାନଙ୍କ ମଧ୍ୟରେ ଶିକ୍ଷକଶିକ୍ଷୟିତ୍ରୀ ଥିବା ଜଣାଯାଇଛି। ଆହତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ ଏବଂ ମଣ୍ଡଳିଆ ସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ, ଆଜି ସକାଳେ ସ୍କୁଲ ବସଟି ଶିକ୍ଷକଶିକ୍ଷୟିତ୍ରୀଙ୍କୁ ନେଇ ଝାରସୁଗୁଡାରୁ ବନ୍ଧବାହାଲ ଅଭିମୁଖେ ଯାଉଥିଲା। ଜାତୀୟ ରାଜପଥ ୪୯ ତାରିଣୀ ମନ୍ଦିର ନିକଟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍ ସହ ବସ୍ର ମୁହାଁମୁହିଁ ଧକ୍କା ହୋଇଥିଲା।
ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ବସରେ ଡ୍ରାଇଭରଙ୍କୁ ମିଶାଇ ୨୫ ଜଣ ଥିଲେ। ଦୁର୍ଘଟଣାର ଖବର ପାଇଁ ଘଟଣାସ୍ଥଳରେ ପୋଲିସ ପହଁଞ୍ଚି ତଦନ୍ତ କରୁଛି । ପୁଲିସ ବସ୍ ଓ ଟ୍ରକକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ବସ୍ ଓ ଟ୍ରକର ସମ୍ମୁଖ ଅଂଶଟି ଭାଙ୍ଗି ନଷ୍ଟ ହୋଇଯାଇଛି।