ଆହୁରି 4 ଦିନ ପ୍ରବଳ ବର୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର । ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ 4 ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ଷା ନେଇ ଆଜି 10ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ଼, କଟକ ଓ ନୟାଗଡ଼। ଆଗାମୀ 30 ତାରିଖ ପର୍ଯ୍ୟନ୍ତ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟ ଧରଣ ଓ କିଛି ସ୍ଥାନରେ ପ୍ରବଳ ବର୍ଷା ରହିବ । ସେପଟେ 31 ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇଁ । ବିଶେଷ କରି ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିବ । ଲଘୁଚାପକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯିବା ସହ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଜାରି ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି

Leave A Reply

Your email address will not be published.