ଆଜି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗତ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି। ଗତକାଲି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।  ଘୂର୍ଣ୍ଣିବଳୟ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।

ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ ।  ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଦକ୍ଷିଣ ବାଙ୍ଗଲାଦେଶ ଉପରେ ସକ୍ରିୟ ରହିଛି। ଯାହା ସମୁଦ୍ର ପତନର 7.6 କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଏହା ଦକ୍ଷିଣ ମୁହାଁ ହୋଇ ଗତି କରୁଥିବା ବେଳେ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଂଟାରେ ନେବା ଲଘୁଚାପର ରୂପ । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ।

କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ସହ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ । ୩ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ସମ୍ଭାବନା । ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ନଦୀ ଗୁଡ଼ିକ ଫୁଲିବା ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇଛି। ଏଥିସହ ତଳିଆ ଅଞ୍ଚଳରେ ବିଭିନ୍ନ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ନଜିର ରହିଛି।

Comments are closed.