ଆସନ୍ତା କାଲିଠାରୁ ବଢିବ ବର୍ଷା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସକ୍ରିୟ ମୌସୁମୀ ପ୍ରଭାବରେ ୧୩ ତାରିଖରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

୧୪ ତାରିଖରେ ଅଧିକାଂଶ ଜିଲ୍ଲାରେ ବର୍ଷାର ପରିମାଣ କମିପାରେ। ୧୪ରେ କେବଳ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଏବଂ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ଆଜି ପାଇଁ କୌଣସି ୱାର୍ଣ୍ଣିଂ ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ପରବର୍ତ୍ତୀ ସମୟରେ ପାଗରେ ପରିବର୍ତ୍ତନ ଆସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେପଟେ ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ପ୍ରଶାସନ ସଜାଗ ରହିବା ସହ ‌ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସଜାଗ କରାଯାଇଛି।  ସେପଟେ ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରଶାସନ ସଜାଗ ରହିବା ସହ ‌ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସଜାଗ କରାଯାଇଛି।

Comments are closed.